News18 Odia Digital
India vs Pakistan: ଟିମ୍ ଇଣ୍ଡିଆର ବଡ଼ ବିଜୟ। ଟିମ୍ ଇଣ୍ଡିଆ ଏସିଆ କପ୍ ଚାମ୍ପିଅନ୍। ଭାରତ ଆଗରେ ଥିଲା ୧୪୭ ରନ୍ର ଟାର୍ଗେଟ….
ଭାରତ ଏସିଆ କପ୍ ଚାମ୍ପିଅନ। ପାକିସ୍ତାନକୁ ୫ ୱିକେଟରେ ହରାଇଲା ଭାରତ। ସ୍କୋର: ପାକିସ୍ତାନ-୧୪୬/୧୦, ଭାରତ-୧୫୦/୫ (୧୯.୪ ଓଭର)
ନବମ ଥର ପାଇଁ ଏସିଆ କପ୍ ହାତେଇଲା ଭାରତ। ଏସିଆ କପ୍ରେ ପାକିସ୍ତାନକୁ ତୃତୀୟ ଥର ପାଇଁ ହରାଇଲା। ତିଲକ ବର୍ମାଙ୍କ ଅପରାଜିତ ୬୯ ରନ୍। ଶିବମ ଦୁବେ-୩୩, ସଞ୍ଜୁ ସାମସନ-୨୪, ଶୁଭମନ-୧୨ ରନ୍। ପାକିସ୍ତାନର ଫାହିମ ଅଶରଫଙ୍କୁ ସର୍ବାଧିକ ୩ ୱିକେଟ।
ଏହି ମ୍ୟାଚରେ ଭାରତ ଟସ୍ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଥିଲା । ଫଳରେ ପାକିସ୍ତାନ ବ୍ୟାଟିଂ ଆରମ୍ଭ କରିଥିଲା । ଦଳ ଦୁଇ ଓପନର ଚମତ୍କାର ବ୍ୟାଟିଂ ଆରମ୍ଭ କରିଥିଲେ । ଦଳ ପକ୍ଷରୁ ସାହିବଜାଦା ଫରହାନ ୫୭ ଓ ଫକର ଜମାନ ୪୬ ରନ କରିଥିଲେ । ହେଲେ ଅନ୍ୟ କୌଣସି ବ୍ୟାଟ୍ସମ୍ୟାନ ଭାରତୀୟ ବୋଲରଙ୍କ ଆଗରେ ତିଷ୍ଠି ପାରିନଥିଲେ । ଫଳରେ ଦଳ ୧୯ ଓଭର ୧ ବଲ ଖେଳି ୧୪୬ ରନ କରିଥିଲା । ଭାରତ ପକ୍ଷରୁ କୁଲଦୀପ ୪ ଓ୍ୱିକେଟ ନେଇଥିବା ବେଳେ ଅକ୍ଷର ପଟେଲ, ବରୁଣ ଚକ୍ରବର୍ତ୍ତୀ ଯଶପ୍ରିତ ବୁମରାହ ୨ଟି ଲେଖାଏଁ ଓ୍ୱିକେଟ ନେଇଥିଲେ ।
ସେହିପରି ୧୪୭ ରନର ବିଜୟ ଲକ୍ଷ୍ୟ ନେଇ ମୈଦାନକୁ ଓହ୍ଲାଇଥିବା ଭାରତୀୟ ଦଳ ଆରମ୍ଭରୁ ଝଟକା ଦେଇଥିଲା । ଭାରତର ପ୍ରମୁଖ ଟପ ଅର୍ଡର ବ୍ୟାଟ୍ସମ୍ୟାନ ଅଭିଷେକ ଶର୍ମା, ଶୁବମନ ଗିଲ୍, ସୂର୍ଯ୍ୟ କୁମାର ଯାଦବ ବିଫଳ ହୋଇଥିଲେ । ଏହାପରେ ପାଳି ସମ୍ଭାଳିଥିଲେ ତିଲକ ବର୍ମା ଆଉ ତାଙ୍କୁ ସାଥ ଦେଇଥିଲେ ସଞ୍ଜୁ ସାମସନ ଓ ଶିବମ ଦୁବେ । ଫଳରେ ଭାରତ ୬ ଓ୍ୱିକେଟରେ ବିଜୟୀ ହୋଇଛି । ଆଉ ଏସିଆ କପ ନିଜ ନାଁରେ କରିଛି ।
ନ୍ୟୁଜ୍ ୧୮ ଓଡ଼ିଆରେ ବ୍ରେକିଙ୍ଗ୍ ନ୍ୟୁଜ୍ ପଢ଼ିବାରେ ପ୍ରଥମ ହୁଅନ୍ତୁ| ଆଜିର ସର୍ବଶେଷ ଖବର, ଲାଇଭ୍ ନ୍ୟୁଜ୍ ଅପଡେଟ୍, ନ୍ୟୁଜ୍ ୧୮ ଓଡ଼ିଆ ୱେବସାଇଟରେ ସବୁଠାରୁ ନିର୍ଭରଯୋଗ୍ୟ ଓଡ଼ିଆ ଖବର ପଢ଼ନ୍ତୁ ।
କମ୍ପାନୀ କହିଛି ଯେ ଯଦିଓ ଏହି ସମୟରେ 5G ବଜାରକୁ ଆସିଛି, ଆମେ କୌଣସି ପ୍ରକାରେ ଆମର ଯୋଜନାକୁ ମହଙ୍ଗା କରିବୁ ନାହିଁ । ଆମ ପାଇଁ ଆମ ଗ୍ରାହକଙ୍କଠାରୁ କେହି ବଡ଼ ନୁହଁନ୍ତି । ସେମାନଙ୍କ ଅଭିଜ୍ଞତାକୁ ଉନ୍ନତ କରିବା ପାଇଁ ଆମେ ଆମର ସେବାକୁ ଉନ୍ନତ କରିବା ଜାରି ରଖିବୁ




