IND vs PAK: ଭାରତକୁ ଟାର୍ଗେଟ ୧୪୭। ଏସିଆ କପ୍ ଟି-୨୦ କ୍ରିକେଟ ଫାଇନାଲ। ଭାରତ ଆଗରେ ୧୪୭ ରନ୍ର ବିଜୟ ଲକ୍ଷ୍ୟ। ପାକିସ୍ତାନକୁ ୧୪୬ ରନ୍ରେ ଅଲ୍ଆଉଟ କଲା ଭାରତ।
ପାକିସ୍ତାନ ସ୍କୋର-୧୪୬/୧୦ (୧୯.୧ ଓଭର)
ସାହିବଜାଦା-୫୭, ଫଖର ଜମାନ-୪୬, ସଇମ ଆୟୁବ-୧୪ ରନ୍, କୁଳଦୀପ ୪, ବୁମ୍ରା, ବରୁଣ ଓ ଅକ୍ଷରଙ୍କୁ ୨-୨ ୱିକେଟ।
ଭାରତ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା । ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଅସୁସ୍ଥ ଥିବାରୁ ତାଙ୍କ ବିନା ପଡ଼ିଆକୁ ଓହ୍ଲାଇଥିଲା ଟିମ ଇଣ୍ଡିଆ । ପାକିସ୍ତାନର ଦୁଇ ଓପନର ଫକର ଜମାନ ଓ ସାହିବଜାଦା ଫରହାନ ଆରମ୍ଭରୁ ଭାରତୀୟ ବୋଲରଙ୍କ ଉପରେ ପ୍ରବଳ ଆକ୍ରମଣ କରି ପ୍ରଥମ ଓ୍ବିକେଟ ଯୋଡ଼ିରେ ୮୪ ରନ ସଂଗ୍ରହ କରିଥିଲେ ।
ଫରହାନ ବ୍ୟକ୍ତିଗତ ଭାବେ ୫୭ ରନ କରିଥିବାବେଳେ ଜମାନ ୪୬ ରନ କରିଥିଲେ । କିନ୍ତୁ ଭାରତ ପାଇଁ ପ୍ରଥମ ସଫଳତା ଆଣିଥିଲେ ବରୁଣ ଚକ୍ରବର୍ତ୍ତି । ସେ ଫରହାନଙ୍କୁ ଆଉଟ କରିଥିଲେ । ଏହା ପରେ ପାକିସ୍ତାନର ବ୍ୟାଟିଂ ବିପର୍ଯ୍ୟୟ ଆରମ୍ଭ ହୋଇଥିଲା । ୩ୟ ସ୍ଥାନରେ ଆସିଥିଲା ସଲିମ ଆୟୁବ ୧୪ ରନ କରିଥିବାବେଳେ ଅନ୍ୟ ବ୍ୟାଟ୍ସମ୍ୟାନମାନେ ଦୁଇ ଅଂକ ଛୁଇଁ ପାରିନଥିଲେ । ମାତ୍ର ୨୮ ରନ ବ୍ୟବଧାନରେ ପାକିସ୍ତାନର ୭ ଟି ଓ୍ବିକେଟ ଚାଲିଯାଇଥିଲା । ଭାରତ ପକ୍ଷରୁ କୁଳଦୀପ ଯାଦବ ୪ଟି ଓ୍ବିକେଟ ନେଇଥିବାବେଳେ ବରୁଣ ଚକ୍ରବର୍ତ୍ତି, ଅକ୍ଷର ପଟେଲ ଓ ଯଶପ୍ରୀତ ବୁମରା ୨ଟି ଲେଖାଏଁ ଓ୍ବିକେଟ ନେଇଥିଲେ ।
ନ୍ୟୁଜ୍ ୧୮ ଓଡ଼ିଆରେ ବ୍ରେକିଙ୍ଗ୍ ନ୍ୟୁଜ୍ ପଢ଼ିବାରେ ପ୍ରଥମ ହୁଅନ୍ତୁ| ଆଜିର ସର୍ବଶେଷ ଖବର, ଲାଇଭ୍ ନ୍ୟୁଜ୍ ଅପଡେଟ୍, ନ୍ୟୁଜ୍ ୧୮ ଓଡ଼ିଆ ୱେବସାଇଟରେ ସବୁଠାରୁ ନିର୍ଭରଯୋଗ୍ୟ ଓଡ଼ିଆ ଖବର ପଢ଼ନ୍ତୁ ।
କମ୍ପାନୀ କହିଛି ଯେ ଯଦିଓ ଏହି ସମୟରେ 5G ବଜାରକୁ ଆସିଛି, ଆମେ କୌଣସି ପ୍ରକାରେ ଆମର ଯୋଜନାକୁ ମହଙ୍ଗା କରିବୁ ନାହିଁ । ଆମ ପାଇଁ ଆମ ଗ୍ରାହକଙ୍କଠାରୁ କେହି ବଡ଼ ନୁହଁନ୍ତି । ସେମାନଙ୍କ ଅଭିଜ୍ଞତାକୁ ଉନ୍ନତ କରିବା ପାଇଁ ଆମେ ଆମର ସେବାକୁ ଉନ୍ନତ କରିବା ଜାରି ରଖିବୁ




